ଅଂଶୁଘାତର ମୁକାବିଲା ପାଇଁ ପ୍ରତ୍ୟେକ ଉତରଦାୟୀ ଭାବେ କାର୍ଯ୍ୟ କରନ୍ତୁ : ଜିଲ୍ଲାପାଳ ।

0

ଯାଜପୁର, (ସଂକେତ ଖବର) ଗ୍ରୀଷ୍ମ ଋତୁରେ ଅଂଶୁଘାତ ଓ ପ୍ରଚଣ୍ଡ ରୈାଦ୍ରତାପର ମୁକାବିଲା ଏକ ସାମୁହିôକ ଦାୟିତ୍ୱ । ବ୍ୟାପକ ଜନ ସଚେତନତା ଓ ବିଭିନ୍ନ ବିଭାଗର ଏହାର ମୁକାବିଲାରେ ସହାୟକ ହେବ ବୋଲି ଜିଲ୍ଲାପାଳ ଚକ୍ରୱର୍ତୀ ସିଂହ ରାଠୋର ମତବ୍ୟକ୍ତ କରିଚ୍ଥନ୍ତି । ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲା ସମ୍ମିଳନୀ କକ୍ଷ ଠାରେ ଭିଡିଓ କନପଂରେନ୍ସ ମାଧ୍ୟମରେ ଜିଲ୍ଳା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ରୈାଦ୍ରତାପ, ଅଂଶୁଘାତ, ଜଳ ଓ ବିଜୁଳି କଷ୍ଟ ନିବାରଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଳ୍‌ାପାଳ ଶ୍ରୀ ରାଠୋର ଲୋକ ମାନଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନ ଓ କାର୍ଯ୍ୟାଳୟ ମାନଙ୍କରେ ଅଶୁଘାତ ସଚେତନତା ସମ୍ପର୍କିତ ବ୍ୟାନର, ହୋଡିଂ, ପୋଷ୍ଟର ଇତ୍ୟାଦି ଲଗାଯିବା, ସାମାଜିକ ଗଣମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିବା, ଲୋକମାନେ ଟାଣ ଖରାରେ ଅତି ଆବଶ୍ୟକ ନହେଲେ ବାହାରକୁ ନ ବାହାରିବା, ବାହାରକୁ ବାହାରୁଥିଲେ ପାଣି ବୋତଲ, ଚ୍ଥତା, ଜୋତା, କଳା ଚଷମା ଇତ୍ୟାଦି ବ୍ୟବହାର କରିବା ସଂପର୍କରେ ସଚେତନ କରାଇବାକୁ ପରାମର୍ଶ ଦେଇଥିଲେ । ଜଳଚ୍ଥତ୍ର ମାନଙ୍କରେ ରଖାଯାଇଥିବା ପାଣିକୁ ବିଶୁଦ୍ଧ ଭାବେ ରଖିବା ପାଇଁ ପରାମର୍ଶ ଦେବା ସହ ଜନ ଗହଳିପୂର୍ଣ୍ଣ ସ୍ଥାନ ମାନଙ୍କରେ ଧଳା ରଙ୍ଗର ସିନ୍‌ଟେକ୍ସ ଟ୍ୟାଙ୍କ ମାଧ୍ୟମରେ ଟ୍ୟାପ ଲଗାଇ ରଖିବାକୁ ପରାମର୍ଶ ଦେଇଥିଲେ । ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂହ ପାନୀୟ ଜଳର ଉତ୍ସ ଗୁଡିକୁ ମରାମତି ସହ ଯେମନି ଜଳ ସମସ୍ୟା ନ ରହିବ ସେଥିପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅକ୍ଷୟ କୁମାର ମଲ୍‌ି୍ଳକ ଯେଉଁ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଚ୍ଥି ତାହାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପନ୍ନ କରି ଲୋକଙ୍କୁ ସେବା ଯୋଗାଇବାକୁ ମତ ଦେଇଥିଲେ ।

ଗ୍ରାମ୍ୟ ଜଳ ଯୋଗାଣ ବିଭାଗ, ବ୍ଳ୍‌କ ପ୍ରଶାସନ, ଜନସ୍ୱାସ୍ଥ୍ୟ ବିଭାଗ ଓ ପୈାର ପ୍ରଶାସନ ପାନୀୟ ଜଳ ଯୋଗାଣ ପାଇଁ ତତ୍ପର ହେବା ସହ ଅଚଳ ନଳକୂପ ଓ ପାଇପ୍ ଲାଇନ୍ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା, ଅଧିକ ସଂଖ୍ୟକ ଟ୍ୟାଙ୍କର ଯୋଗାଡ କରି ରଖିବା ସହ ଜଳ ସମସ୍ୟା ସମ୍ପର୍କିତ ଅଭିଯୋଗ ପୁସ୍ତିକାକୁ ପଞ୍ଚାୟତ ଓ ବ୍ଳ୍‌କ ସ୍ତରରେ ଉପଲବ୍ଧ କରାଇ ନିୟମିତ ଭାବେ ଯାଞ୍ଚ କରି ପଦକ୍ଷେପ ନେବା, ବିଭିନ୍ନ ଜନଗହଳି ସ୍ଥାନ ମାନଙ୍କରେ ବିଗତ ବର୍ଷ ମାନଙ୍କ ଭଳି ପାନୀୟ ଜଳ ସେବା କେନ୍ଦ୍ର ଖୋଲିବା, ଜିଲ୍ଳ୍‌ା ଜରୁରୀ ବିଭାଗ ତରପଂରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବା, ବ୍ଳ୍‌କ, ତହସିଲ ଓ ଅନ୍ୟାନ୍ୟ ଲାଇନ୍ ଡିପାର୍ଟମେଣ୍ଟ ମାନେ ଅନୁରୂପ ଭାବେ ନିୟନ୍ତ୍ରଣ କକ୍ଷ ଖୋଲିବା. ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପର୍ଯ୍ୟାପ୍ତ ପରିମାଣରେ ଓ.ଆର୍‌.ଏସ୍‌. ପ୍ୟାକେଟ୍ ସହ ଅଂଶୁଘାତ ଚିକିତ୍ସା କକ୍ଷ ବ୍ୟବସ୍ଥା କରିବା, ବରପଂ, ଏସି ରୁମ୍‌, କୁଲର ବ୍ୟବସ୍ଥା ଇତ୍ୟାଦି କରିବା, ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ପଶୁ ମାନଙ୍କ ପାଇଁ ଜଳ କୁଣ୍ଡର ବ୍ୟବସ୍ଥା କରିବା, ଶ୍ରମିକମାନେ ଦିନ ୧୧ ଟାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ରଖିବା, କାର୍ଯ୍ୟ କରୁଥିବା ସ୍ଥାନରେ ପାନୀୟ ଜଳ, ଓ.ଆର.ଏସ୍‌., ଚ୍ଥାଇ ଇତ୍ୟାଦିର ବ୍ୟବସ୍ଥା କରିବା, ମଧ୍ୟାହ୍ନ ସମୟରେ ବସ୍ ଚଳାଚଳ ବନ୍ଦ ରଖିବା, ବସ୍‌ରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ, ବରପଂ ଇତ୍ୟାଦି ବ୍ୟବସ୍ଥା କରିବା, ଶିକ୍ଷାନୁଷ୍ଠାନ ଗୁଡିକ ସରକାରୀ ଘୋଷଣା ଅନୁସାରେ ସକାଳୁଆ କ୍ଳ୍‌ାସ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା ଜରୁରୀ ବିଭାଗର ହେଲ୍‌ପ ଲାଇନ ନମ୍ୱର ୧୦୭୭ ଓ ୦୬୭୨୮୨୨୨୬୪୮ କୁ ଊପଯୋଗ କରିବା ପାଇଁ ଜିଲ୍ଳ୍‌ାପାଳ ସଂପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ପ୍ରତ୍ୟେକ ବ୍ୟକ୍ତି ବିଶେଷ ନିଜ ଘରର ଚ୍ଥାତ ବା ଖୋଲା ସ୍ଥାନ ମାନଙ୍କରେ ପକ୍ଷୀ ଓ ପଶୁ ମାନଙ୍କ ପାଇଁ ଜଳ ପୂର୍ଣ୍ଣ ପାତ୍ର ରଖିବାକୁ ଅନୁରୋଧ କରାଯାଇଥିଲା । ଶିଳ୍ପ ସଂସ୍ଥା ମାନେ ଏହି ସମୟରେ ବିଭିନ୍ନ ସ୍ଥାନରେ ଜଳ ଯୋଗାଣ ଓ ପାନୀୟ ଜଳ ସେବା କେନ୍ଦ୍ର ଖୋଲିବା ପାଇଁ ଅନୁରୋଧ କରାଯାଇଥିଲା । କୈାଣସିଠାରେ ଅଂଶୁଘାତ ମୃତ୍ୟୁର ଅଭିଯୋଗ ଆସିଲେ ତହସିଲଦାର ଓ ସ୍ୱାସ୍ଥ୍ୟ ଅଧିକାରୀ ୪୮ ଘଣ୍ଟା ମଧ୍ୟରେ ଯୁଗ୍ମ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ଅଂଶୁଘାତର ଅଭିଯୋଗ ଥିବା ଶବକୁ ତୁରନ୍ତ ସଂସ୍କାର ନ କରି ଆଇନ ଅନୁସାରେ ପୋଷ୍ଟମର୍ଟମ, ତଦନ୍ତରେ ସହଯୋଗ କରିବାକୁ ଜନସାଧାରଣଙ୍କୁ ସଚେତନ କରାଇବାକୁ ଅତିରିକ୍ତ ଜିଲ୍ଳ୍‌ାପାଳ ଶ୍ରୀ ମଲ୍ଲିକ ପରାମର୍ଶ ଦେଇଥିଲେ । ଯାହା ପଂଳରେ ସହାୟତା ମିଳିବା ସହଜ ହେବ । ଏହି ବୈଠକରେ ଅତିରିକ୍ତ ଜିଲ୍ଳ୍‌ାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲ୍ଳ୍‌ାପାଳ ଜ୍ୟୋତି ଶଙ୍କର ମହାପାତ୍ର, ସି.ଡି.ଏମ୍‌.ଓ. ଡା. ସୁଧାଂଶୁ ଶେଖର ବଳ, ପ୍ରାରମ୍ଭରେ ଜିଲ୍ଲା ଜରୁରୀ ଅଧିକାରୀ ଉମେଶ ଲେଙ୍କା, ଅନ୍ୟାନ୍ୟ ଜିଲ୍ଳ୍‌ା ସ୍ତରୀୟ ଅଧିକାରୀ ଓ ଭିଡିଓ କନ୍‌ପଂରେନ୍ସ ମାଧ୍ୟମରେ ସମସ୍ତ ତହସିଲଦାର, ବି.ଡି.ଓ. ଓ ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *

You cannot copy content of this page