କୋକସରାର ପୂର୍ବତନ ବିଧାୟିକା ରୋଶନି ସିଂହଦେଓଙ୍କର ପରଲୋକ

0

କୋକସରା: କଳାହାଣ୍ଡି ଜିଲ୍ଲାର କୋକସରାର ପୂର୍ବତନ ବିଧାୟିକା ରୋଶନି ସିଂହଦେଓଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଭୁବନେଶ୍ୱରରେ ପୁତ୍ର ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ବାସଭବନରେରେ ତାଙ୍କର ପରଲୋକ ହୋଇଛି। ତାଙ୍କର ମୃତ୍ୟୁ ଖବର ଶୁଣିବା ପରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମର ଶରୀରକୁ ଜୟପାଟଣା ଅଣାଯାଉଛି।

ରୋଶନି ସିଂହଦେଓ ୨ ଥର ଲଗାତାର କୋକସରା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ରହିଥିଲେ। ସେ ୧୯୯୫ ରୁ ୨୦୦୪ ପର୍ଯ୍ୟନ୍ତ ୨ ଥର ଲଗାତାର କୋକସରା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ଜନତା ଦଳରୁ ୧୯୯୫ରୁ ୨୦୦୦ ଓ ବିଜୁ ଜନତା ଦଳରୁ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବିଧାୟିକା ରହିଥିଲେ ସେ। ନିର୍ବାଚନ ମଣ୍ଡଳୀ ବିଭାଜନ ପରେ ତାଙ୍କ ସୁପୁତ୍ର ପୁଷ୍ପେନ୍ଦ୍ର ସିଂହଦେଓ ବିଜୁ ଜନତା ଦଳରୁ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀରୁ କ୍ରମାଗତ ବିଧାୟକ ରହିଥିଲେ। ବର୍ତ୍ତମାନ ସେ କଳାହାଣ୍ଡି ଜିଲ୍ଲା ବିଜେଡିର ସଭାପତି ରହିଛନ୍ତି।

Leave a Reply

Your email address will not be published. Required fields are marked *

You cannot copy content of this page