ବୁଲା ପଶୁମାନଙ୍କ ଖାଦ୍ୟ ପାଇଁ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା

0

ଭୁବନେଶ୍ୱର (ସଙ୍କେତ ଖବର) : କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥ ରାଶିକୁ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ ୨୦ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ୫ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ୨ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟ ରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ମଞୁର କରାଯାଇଥିଲା ।

Leave a Reply

Your email address will not be published. Required fields are marked *

You cannot copy content of this page