କରୋନାକୁ ପରାସ୍ତ କରି ଘରକୁ ଫେରିଲେ ୯୦ ବର୍ଷୀୟା ବୃଦ୍ଧା ।

0

ଭୁବନେଶ୍ୱର (ସଙ୍କେତ ଖବର): ହାରିବ କରୋନା, ଜିତିବ ମଣିଷ। ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା । ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ । ଭୁବନେଶ୍ୱର ୟୁନିଟ-୨ ଅଂଚଳର ବାଉରୀ ଗତ ମେ୩ ତାରିଖରେ କୋଭିଡ ଆକ୍ରାନ୍ତ ହେବା ପରେ ସମ୍ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ ।

ତେବେ ଏହି ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ପ୍ରଚେଷ୍ଟା ଫଳରେ ସେ ରବିବାର ଆରୋଗ୍ୟ ଲାଭ କରିବା ସହ ଘରକୁ ଫେରିଛନ୍ତି । ବୃଦ୍ଧା ଜଣଙ୍କ ସୁସ୍ଥ ହେବା ନେଇ ସମ୍ କୋଭିଡ ହସ୍ପିଟାଲକୁ ଅଶେଷ ଅଶେଷ ଧନ୍ୟବାଦ ଜଣାଇଛନ୍ତି ତାଙ୍କ ପୁଅ ବିଶି ସାହୁ । ଗତ ୧୩ ତାରିଖରେ ଜଣେ ୯୮ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ବିଶ୍ୱାଳ ମଧ୍ୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ।

Leave a Reply

Your email address will not be published. Required fields are marked *

You cannot copy content of this page