ପୋଖରୀରୁ ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର

0

ଗଜପତି (ସଙ୍କେତ ଖବର) : ପାରଳାଖେମୁଣ୍ଡି କ୍ରୀଷ୍ଣା ସୀନେମା ଟକିଜ ନିକଟରେ ଥିବା ପୋଖରୀରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସନ୍ଧ୍ୟା ସମୟରେ ମୃତ ଶରିରରୁ ଦୁର୍ଗନ୍ଧ ବାହାରିବା ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତ ଶରୀରକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *

You cannot copy content of this page